Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ସୁନାବେଶ ଓ ଅଧରପଣା ପାଇଁ ପୂର୍ବତଟ ରେଳପଥର ସ୍ୱତନ୍ତ୍ର ଟ୍ରେନ ବ୍ୟବସ୍ଥା

    Share on :
    ajab-Image
    Date: Jul 25, 2026    Views: 3252

    ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ଅବସରରେ ଶ୍ରଦ୍ଧାଳୁମାନଙ୍କ ପାଇଁ ନିରାପଦ, ଆରାମଦାୟକ ଓ ନିର୍ବିଘ୍ନ ରେଳଯାତ୍ରା ସୁନିଶ୍ଚିତ କରିବା ସହ ବର୍ଦ୍ଧିତ ଯାତ୍ରୀ ଭିଡ଼କୁ ସୁଚାରୁ ଭାବେ ପରିଚାଳନା କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଓଡ଼ିଶାର ବିଭିନ୍ନ ସ୍ଥାନ ସମେତ ପଡ଼ୋଶୀ ରାଜ୍ୟଗୁଡ଼ିକରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ ବ୍ୟବସ୍ଥା କରାଯାଇଛି।
    ପୁରୀକୁ ଏବଂ ପୁରୀରୁ ଚଳାଚଳ କରୁଥିବା ନିୟମିତ ଟ୍ରେନ ସେବା ସହିତ ସୁନାବେଶ ଓ ଅଧରପଣା ଅବସରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଅନେକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯିବ। ଉତ୍ସବ ସମୟରେ ପୁରୀ ଆସୁଥିବା ଭକ୍ତମାନଙ୍କୁ ସୁବିଧାଜନକ ରେଳ ସଂଯୋଗ ଯୋଗାଇବା ଲକ୍ଷ୍ୟରେ ଓଡ଼ିଶାର ପ୍ରାୟ ସମସ୍ତ ଅଞ୍ଚଳକୁ ଦୃଷ୍ଟିରେ ରଖି ଏହି ସ୍ୱତନ୍ତ୍ର ଟ୍ରେନ ସେବାର ଯୋଜନା କରାଯାଇଛି।

    ସୁନାବେଶ ଅବସରରେ ସ୍ୱତନ୍ତ୍ର ଟ୍ରେନ
    ସୁନାବେଶ ଅବସରରେ ପାରାଦୀପ, ଅନୁଗୁଳ, ଭଦ୍ରକ, ତାଳଚେର, କେନ୍ଦ୍ରାପଡ଼ା ରୋଡ୍, ଢେଙ୍କାନାଳ, ବାଲେଶ୍ୱର, ବ୍ରହ୍ମପୁର, କେନ୍ଦୁଝରଗଡ଼, ଖୋର୍ଦ୍ଧା ରୋଡ୍ ଓ ଦଶପଲ୍ଲାରୁ ପୁରୀ ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ।

    ସେହିପରି ପୁରୀରୁ ତାଳଚେର, ବାଦାମପାହାଡ଼, ଢେଙ୍କାନାଳ, ବାଙ୍ଗିରିପୋଷି, ରାୟଗଡ଼ା, ଭଦ୍ରକ, ଅନୁଗୁଳ, ଗୁଣୁପୁର, ରାଉରକେଲା, ଦଶପଲ୍ଲା, ସମ୍ବଲପୁର, ପଲାସା, ବିଶାଖାପାଟଣା ଓ ଶାଲିମାର ଅଭିମୁଖେ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ।

    ଅଧରପଣା ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ
    ଅଧରପଣା ଅବସରରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବ୍ରହ୍ମପୁର, ଦଶପଲ୍ଲା, ଅନୁଗୁଳ, କେନ୍ଦୁଝରଗଡ଼, ପାରାଦୀପ, ଭଦ୍ରକ ଓ ଖୋର୍ଦ୍ଧା ରୋଡରୁ ପୁରୀ ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଯିବ।

    ଏହାସହ ପୁରୀରୁ ତାଳଚେର, ଢେଙ୍କାନାଳ, ବାଙ୍ଗିରିପୋଷି, ଭଦ୍ରକ, ଅନୁଗୁଳ, ଦଶପଲ୍ଲା, ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, କେନ୍ଦୁଝରଗଡ଼ ଓ ପାରାଦୀପ ଅଭିମୁଖେ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ସେବା ଉପଲବ୍ଧ ହେବ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook