Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଦଶମ, ଏକାଦଶ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର, ଜାଣନ୍ତୁ କ’ଣ

    Share on :
    ajab-Image
    Date: Nov 25, 2021    Views: 3288

    ଭୁବନେଶ୍ୱର: ଏଣିକି ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ପାଠ ପଢ଼ୁଥିବା ଦଶମ, ଏକାଦଶ ଓ ଦ୍ୱାଦଶ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ମେଡିକାଲ, ଇଞ୍ଜିନିୟରିଂ, କ୍ଲାଟ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଆଇନ ଭଳି ପାଠ୍ୟକ୍ରମରେ ପ୍ରଶିକ୍ଷଣ (କୋଚିଂ) । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏପରି ନିଷ୍ପତ୍ତି ନେଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଦେଶର ଅଗ୍ରଣୀ ସଂସ୍ଥା ‘ଅନ ଏକାଡେମୀ’ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । 
    ଅପରାହ୍ନରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟ ଉନ୍ନୟନ ଆୟୁକ୍ତ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଥିଲା । ଶିକ୍ଷା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଅନ ଏକାଡେମୀ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ଶିକ୍ଷା, ମାନସିକ ଦକ୍ଷତାର ବିକାଶ, ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ଷେତ୍ରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ଓ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ନିମନ୍ତେ ପ୍ରଶିକ୍ଷଣ ଦେବ ।

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook