Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

UTKAL DIVAS

ମୁଖ୍ୟ ଖବର

    ଉତ୍କଳ ଦିବସ : ମନେ ପଡ଼ନ୍ତି ସେହି ଓଡ଼ିଆ ପୁଅ

    Share on :
    ajab-Image
    Date: Mar 30, 2023    Views: 4143

    ଭୁବନେଶ୍ୱର: ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଗୋପବନ୍ଧୁ ଦାସ । ତାଙ୍କୁ ଖୁବ ଅଳ୍ପ ବୟସ ହୋଇଥିବା ବେଳେ ତାଙ୍କ ମାତାଙ୍କର ମୃତ୍ୟୁ ହୋଇଯାଇଥିଲା  । ମାତାଙ୍କ ମୃତ୍ୟୁ ପରେ ସେ ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ  । ସେଠାରେ ତାଙ୍କର ଗୁରୁ ମୁକ୍ତିଆର ରାମଚନ୍ଦ୍ର ଦାସଙ୍କ ସହିତ ପରିଚୟ ହୋଇଥିଲା ଓ ତାଙ୍କଠାରୁ ପରେ ସେ ଦେଶସେବା ବାବଦରେ ଶିକ୍ଷା ପାଇଥିଲେ  । ୧୨ ବର୍ଷ ବୟସରେ ବିବାହ କରି ତାହା ପରେ ମଧ୍ୟ ସେ ପାଠପଢ଼ା ଜାରିରଖିଥିଲେ  । ପୁରୀରୁ ମାଟ୍ରିକ ପାସ କରି, ସେ କଟକର ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କଲେ  । ମାତ୍ର ୧୨ ବର୍ଷ ବୟସରେ ସେ ଅପତୀ ଦେବୀଙ୍କୁ ବିବାହ କରିଥିଲେ  । ରେଭେନ୍ସା ମହାବିଦ୍ୟାଳୟରେ ପଢ଼ୁଥିବା ସମୟରେ ତାଙ୍କ ପିତାଙ୍କ ଦେହାନ୍ତ ହୋଇଥିଲା  । ୧୯୦୩ରେ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗ ନେଇ ଓଡ଼ିଆ ଭାଷା ଆନ୍‌ଦୋଳନରେ ଯୋଗଦାନ ସମୟରେ ତାଙ୍କର ପ୍ରଥମ ପୁତ୍ରଙ୍କର ମୃତ୍ୟୁ ଘଟିଥିଲା  । କଲିକତାରେ ବିଏଲ ପଢ଼ୁଥିବା ବେଳେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା  । ଏହା ପରେପରେ ସେ ବିଏଲ ପାସ କରିବା ଖବର ପାଇବା ଦିନ ତାଙ୍କ ପତ୍ନୀଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା  ।

    ସମାଜ ସେବାରେ ଉତ୍ସର୍ଗ:
    ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ଓ ଭାରତୀୟ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବା ନିମନ୍ତେ ସେ ୧୯୧୯ ଅକ୍ଟୋବର ମାସ ୪ ତାରିଖ ଦଶହରା ତିଥିରେ ସାପ୍ତାହିକ "ସମାଜ’ ଖବରକାଗଜ ପ୍ରକାଶ କରିଥିଲେ  । ସମାଜର ପ୍ରଥମ ସମ୍ପାଦକୀୟରେ ସେ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନାକରିଥିଲେ  । ୧୯୩୦ରେ "ସମାଜ’ ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇଥିଲା  ।

    ଓଡ଼ିଆ ଭାଷା ଆନ୍ଦୋଳନର ଆଉ ଜଣେ ମୁଖ୍ୟ ସ୍ରୋତା ଥିଲେ ଉକ୍ରଳ ମଣି ଗୋପବନ୍ଧୁ ଦାସ
    କଟକରେ ଅଧ୍ୟୟନ ସମୟରେ ଓଡ଼ିଆ ଭାଷାର ବିଲୋପ ଚକ୍ରାନ୍ତ ବିରୋଧରେ ଗୋପବନ୍ଧୁଙ୍କ ସମେତ ଅନେକ ଓଡ଼ିଆ ନେତା ଆନ୍ଦୋଳନ ଆରମ୍ଭ କରିଥିଲେ  । ସେ କର୍ତ୍ତବ୍ୟ ବୋଧିନୀ ସମିତି ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କରିଥିଲେ  । ତାଙ୍କର ଆହ୍ୱାନ ଥିଲା "ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା  । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ’ । ସେ ଓ ରାମଚନ୍ଦ୍ର ଦାଶ ରମ୍ଭାଠାରେ ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନ ପରିଚାଳନା କରିଥିଲେ  । ସେ ୧୯୦୩ରେ ମଧୁସୂଦନ ଦାସଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ସକ୍ରିୟ ଭାବେ ଭାଗନେଇଥିଲେ  । ଏହି ଆନ୍ଦୋଳନ କ୍ରମେ ତୀବ୍ର ହୋଇ ୧୯୩୬ରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିଗକୁ ମୁହାଁଇଥିଲା ।

    ଲୋକସେବକ ମଣ୍ଡଳରେ ସଦସ୍ୟତା
    ଗୋପବନ୍ଧୁ ଦାସଙ୍କ ଦେଶସେବାରେ ଅବଦାନ ପାଇଁ ଲାଲା ଲାଜପତ ରାୟ ତାଙ୍କୁ ଲୋକସେବକ ମଣ୍ଡଳର ଆଜୀବନ ସଦସ୍ୟ ରୂପେ ଗ୍ରହଣକରିଥିଲେ  । ପରେ ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ  । ମଧୁସୂଦନ ଦାସଙ୍କ ପ୍ରେରଣାରୁ ସେ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ  । ୧୯୨୧ ମସିହାରେ ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ ।

    Maximum 500 characters

    UTKAL DIVAS View all

    Find Us on Facebook