ମୁଖ୍ୟ ଖବର
କଟକ: ପଦ ଗ୍ରହଣ କରିବା ପରେ ପ୍ରଥମ ଥର ଓଡ଼ିଶା ଗସ୍ତ କରିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଅବସରରେ କଟକରେ ଅନୁଷ୍ଠିତ ପରିକ୍ରମା ଦିବସରେ ସାମିଲ ହୋଇଛନ୍ତି । ଓଡ଼ିଆରେ ଅଭିଭାଷଣ ଦେଇଛନ୍ତି ଉପରାଷ୍ଟ୍ରପତି । ଅସାଧାରଣ ବ୍ୟକ୍ତିତ୍ବର ଅଧିକାରୀ ଥିଲେ ନେତାଜୀ । ନେତାଜୀଙ୍କ ଜନ୍ମସ୍ଥାନ ଓଡ଼ିଶାକୁ ଆସିବାର ସୁଯୋଗ ପାଇଥିବାରୁ ମୁଁ ଗର୍ବିତ । ନେତାଜୀଙ୍କ ପରି ବୀରଙ୍କ ପାଇଁ ଭାରତ ନିଶ୍ୱାସ ନେଉଛି ବୋଲି ଅଭିଭାଷଣରେ କହିଛନ୍ତି ଉପରାଷ୍ଟ୍ରପତି ରାଧାକ୍ରିଷ୍ଣନ ।
ଆଜି ହେଉଛି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 129ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ନେତାଜୀଙ୍କ ଜନ୍ମସ୍ଥାନ ତଥା କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟରେ ‘ପରାକ୍ରମ ଦିବସ' ଉତ୍ସବ ପାଳିତ ହେଉଛି । ଏହି ଉତ୍ସବରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ ବରେଣ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ।ଆଜି ସକାଳେ ଉପରାଷ୍ଟ୍ରପତି ସି.ପି.ରାଧାକ୍ରିଷ୍ଣନ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ । ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ରାଜ୍ୟପାଳ ଓ ଅନ୍ୟମାନେ ପହଞ୍ଚିଥିଲେ । ତାଙ୍କୁ ସେଠାରେ ଗାର୍ଡ ଅଫ ଅନର ଦିଆଯାଇଥିଲା ।ପରେ ସେ କଟକ ନେତାଜୀ ଭବନ ଅଭିମୁଖେ ଯାଇଥିଲେ ।
Comments ସମସ୍ତ ମତାମତ