Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ୧୬ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ଗସ୍ତ କାର୍ଯ୍ୟସୂଚୀ ପ୍ରକାଶ

    Share on :
    ajab-Image
    Date: Nov 13, 2026    Views: 4039

    ଭୁବନେଶ୍ୱର: ଆସନ୍ତା ୧୬ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର ଓ କଟକରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ତାଙ୍କର ଗସ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।କାର୍ଯ୍ୟସୂଚୀ ଅନୁଯାୟୀ, ଉପରାଷ୍ଟ୍ରପତି ସକାଳ ୯ଟା ୧୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ବିଧାନସଭା ସଦସ୍ୟଙ୍କ ପାଇଁ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଉଦ୍‌ଘାଟନ କରିବେ। ସକାଳ ୧୦ଟାରୁ ୧୧ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ପରେ ସକାଳ ୧୧ଟା ୨୫ ମିନିଟ୍‌ରେ ସେ ସଡ଼କ ପଥରେ କଟକ ଯାତ୍ରା କରିବେ। ସେଠାରେ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ନବନିର୍ମିତ ଆଇକନିକ୍‌ ଟାୱାର ଉଦ୍‌ଘାଟନ କରିବେ। କଟକ କାର୍ଯ୍ୟକ୍ରମ ଶେଷ କରି ଅପରାହ୍ନ ୨ଟା ୫ ମିନିଟ୍‌ରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିବେ। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ଉଭୟ ସହରରେ ପ୍ରସ୍ତୁତି ଆରମ୍ଭ ହୋଇଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook