ମୁଖ୍ୟ ଖବର
ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ ଯନ୍ତ୍ରୀ ଭିଜିଲାନ୍ସ ସ୍କାନରକୁ ଆସିଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ଆଜି (ସୋମବାର) ଓଡ଼ିଶା ନିର୍ମାଣ ନିଗମ (OCC) ଲିମିଟେଟ୍ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (EE) ସଞ୍ଜୟ କୁମାର କିସପଟ୍ଟାଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି ।ସଞ୍ଜୟ ଏହା ପୂର୍ବରୁ କୋରାପୁଟ ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ITDA)ର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଥିଲେ । ସେଠାରେ ହିଁ ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା । ତେବେ ଜୟପୁର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଯାଞ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଉଛି ।ଏହି ଚଢ଼ାଉରେ ଭିଜିଲାନ୍ସର ୬ ଜଣ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ (ଡିଏସପି), ଆଠ ଜଣ ଇନ୍ସପେକ୍ଟର, ସାତ ଜଣ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର (ଏଏସଆଇ) ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀନିୟୋଜିତ ହୋଇଛନ୍ତି ।
Comments ସମସ୍ତ ମତାମତ