Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    Share on :
    ajab-Image
    Date: Aug 18, 2026    Views: 3073

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା ୮ ହଜାର ଟଙ୍କା ଲାଞ୍ଚ ଦାବି କରିଥିବା ଅଭିଯୋଗ ହୋଇଥିଲା। ଏନେଇ ଅଭିଯୋଗ ପାଇବା ପରେ ଭିଜିଲାନ୍ସ ଅଧିକାରୀମାନେ ଯୋଜନାବଦ୍ଧ ଭାବେ ଜାଲ ବିଛାଇଥିଲେ। ଆଜି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିବା ଜଣାପଡ଼ିଛି।
    ସୁରଜବାଲାଙ୍କ ଘର ଏମଭି-୪୫ ଗ୍ରାମରେ ବୋଲି ସୂଚନା ମିଳିଛି। ତାଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଭିଜିଲାନ୍ସ ମାମଲା ରହିଛି। ମୋଟୁ ତହସିଲ ଅଞ୍ଚଳରେ ଜମି ବିବାଦ ମାମଲାରେ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସେ ପୂର୍ବରୁ ଭିଜିଲାନ୍ସ ହାତରେ ଧରାପଡ଼ି ସସ୍‌ପେଣ୍ଡ ହୋଇଥିଲେ।  ପରେ କିଛି ମାସ ତଳେ ସେ ପୁଣି ଝରାପାଲି ପଞ୍ଚାୟତରେ ଦାୟିତ୍ୱ ଗ୍ରହଣ କରିଥିଲେ। ଏବେ ପୁଣି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଘଟଣାରେ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook