ମୁଖ୍ୟ ଖବର
ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତି, ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର,୬୨୦ଇ.ଏମ. ଇ. ବାଟାଲିୟନ ସରୋଜ କୁମାର ଦାସ, ପୂର୍ବତନ କନେଷ୍ଟବଳ, ୨୦୬ କୋବ୍ରା ବାଟାଲିୟନ, ବି.ଏସ.ଏଫ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହାକୁ ଉଭୟ ବିଜେପି ଓ କଂଗ୍ରେସ ସମର୍ଥନ କରିଥିଲେ। ବାଚସ୍ପତି ପ୍ରମିଳା ମଲ୍ଲିକ ଦିବଙ୍ଗତମାନଙ୍କ ସ୍ମୃତିଚାରଣ କରିଥିଲେ। ଏହାପରେ ସେମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ବାଚସ୍ପତି ଦିନକ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ।
Comments ସମସ୍ତ ମତାମତ